ଆସନ୍ତା ୧୭ ଯାଏ ପ୍ରବଳ ବର୍ଷା

0

ଓଡ଼ିଆ ନ୍ୟୁଜ୍: ଆସନ୍ତା ୧୭ ତାରିଖ ଯାଏ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଗୁରୁବାର ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ଆଶଙ୍କା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ାରେ ଘଡ଼ଘଡ଼ି ଓ ବର୍ଷା ସହିତ ୪୦ରୁ ୫୦ କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୪ ତାରିଖରେ ବି ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୧୫, ୧୬ ଓ ୧୭ରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ବିଭାଗ ଆକଳନ କରିଛି ।

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି । ଏବେ ଏହା ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି । ତେବେ ଏହା ଅବପାତରେ ପରିଣତ ହେବାର ବିଶେଷ ସମ୍ଭାବନା ନାହିଁ ।

Leave A Reply

Your email address will not be published.