ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି

0

ଓଡ଼ିଆ ନ୍ୟୁଜ୍: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ସେହିପରି ୪୮ ଘଣ୍ଟା ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଓ ଦକ୍ଷିଣ ଓଡ଼ିଶା ମଧ୍ୟ ଦେଇ ଗତି କରିବା ସହ ଏହି ଲଘୁଚାପ ପ୍ରଭାବରେ ଅଗଷ୍ଟ ୧୫ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଆଜି ଠାରୁ ୧୫ ତାରିଖ ଯାଏଁ ମାଲକାନଗିରି ଓ କୋରାପୁଟରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଣୁ ଏହି ଦୁଇ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥି ସହ ଗଂଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ନୟାଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Leave A Reply

Your email address will not be published.