ଓଡ଼ିଆ ନ୍ୟୁଜ୍: ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଅବପାତ; ୨୪ ତାରିଖ ଯାଏଁ ବର୍ଷା ସମ୍ଭାବନା।ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି।ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ,ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି।
ଲଘୁଚାପ ଯୋଗୁଁ ୨୩ ରୁ ୨୫ ତାରିଖ ଯାଏ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନ। ୨୪ ତାରିଖରେ ଆଉ ଗୋଟିଏ ଲଘୁଚାପ କ୍ଷେତ୍ର ବାଂଲାଦେଶ ଓ ନିକଟ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ବୋଲି ସୂଚନା ଦେଇଛି ଆଇଏମଡି। ଏହା ସହିତ ଚଳିତ ଅଗଷ୍ଟ ମାସ ଶେଷ ପର୍ଯ୍ୟନ୍ତ ଗୋଟିଏ ପରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପୁଣି ୨୭ ଓ ୨୮ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି, ଯାହା ପ୍ରଭାବରେ ଓଡ଼ିଶାରେ ବର୍ଷା ହେବ ବୋଲି ସୂଚନା ମିଳିଛି।