୨୭ ରୁ ୩୦ ଯାଏ ରାଜ୍ୟରେ ପ୍ରବଳରୁ ଅତି ବର୍ଷା ସମ୍ଭାବନା

0

ଓଡ଼ିଆ ନ୍ୟୁଜ୍: ଆସୁଛି ଲଘୁଚାପ । ୨୭ ରୁ ୩୦ ଯାଏ ପ୍ରବଳରୁ ଅତି ବର୍ଷା ସମ୍ଭାବନା । ୨୯ ରୁ ୧ ଯାଏ ବର୍ଷା ସହ ୫୦ କିମି ପବନ ବହିବାର ସମ୍ଭାବନାକୁ ନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ପାଇଁ ସତର୍କ କରାଇଛି ପାଣିପାଗ ବିଭାଗ । ଆସନ୍ତାକଲି ଅର୍ଥାତ୍ ୨୭ ତାରିଖ ରେ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ ।

ଲଘୁଚାପ ସୃଷ୍ଟି ହେବାର ୨ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ନେଇ ପୂର୍ବାନୁମାନ କରିଛି ବିଭାଗ। ଏହାସହ ଏକ ଟ୍ରପ ଲାଇନ ମଧ୍ୟ ସକ୍ରିୟ ରହୁଛି। ପ୍ରଭାବରେ ୨୭ ତାରିଖରୁ ୩୦ ତାରିଖ ଯାଏ ରାଜ୍ୟରେ ଭାରି ବର୍ଷାର ସମ୍ଭାବନା ରହିଛି ।ଏହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ। ସକ୍ରିୟ ରହିଲେ ଓଡ଼ିଶାରେ ମୌସୁମୀ ଆଗମନ ନେଇ ସ୍ଥିତି ଅନୁକୂଳ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଜୁନ ୧ ପରେ ବଦଳି ପରେ ପାଗ ।

Leave A Reply

Your email address will not be published.