ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ଜାରି ରହିଛି ବର୍ଷା। ଦୁଇଦିନ ରାଜ୍ୟର ଅଳ୍ପ କେତେକ ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଶେଷ କରି ଦକ୍ଷିଣ ଓଡ଼ିଶାର ସ୍ଥାନେ ସ୍ଥାନେ ବର୍ଷା ହେବା ସମ୍ଭାବନା ରହିଛି । ରବିବାର କୋରାପୁଟ ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବ ।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରିର ଅଳ୍ପ କେତେକ ଜାଗାରେ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନ ସହ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ ଓ ବୌଦ୍ଧରେ ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୧୪ ତାରିଖରୁ କାଁ ଭାଁ ବର୍ଷା ହୋଇପାରେ ।