ଆସନ୍ତା ୧୨ଘଣ୍ଟାରେ ଲଘୁଚାପ ସୃଷ୍ଟି

0

ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା।ଅକ୍ଟୋବର ୨୧ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାର ବିଭିନ୍ନ ଜିଲା ପାଇଁ ଆଗାମୀ ତିନି ଦିନ ବର୍ଷା ଓ ବଜ୍ରପାତ ସତର୍କତା ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା କରାଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆସନ୍ତା ୧୨ଘଣ୍ଟାରେ ଲଘୁଚାପ ସୃଷ୍ଟି, ୨୪ ଘଣ୍ଟାରେ ଅବପାତ। ମଙ୍ଗଳବାଠାରୁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଆରମ୍ଭ ହୋଇପାରେ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏପରିକି ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ୩୦ରୁ ୪୦ କିଲୋମିଟର ବେଗରେ ପବନ ହେବା ଆଶଙ୍କା କରାଯାଇଛି। ହେଲେ ଲୋକଙ୍କୁ ଭୟଭୀତ ହେବାର କୌଣସି କାରଣ ନାହିଁ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅବଗତ କରାଯାଇଛି।

Leave A Reply

Your email address will not be published.