୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ଅବପାତ ହେବାର ସମ୍ଭାବନା

0

ଓଡ଼ିଆ ନ୍ୟୁଜ୍: ବଙ୍ଗୋପସାଗରରେ ଘନୀଭୂତ ହେଉଛି ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର।ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବ। ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ଅବପାତ ହେବାର ସମ୍ଭାବନା।ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ସେହିପରି ଓଡ଼ିଶା ଉପରେ ଏହାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି।

ତେବେ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆଗାମୀ ୫ରୁ ୭ ଦିନ ଧରି ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ କହିଛି। ବିଶେଷକରି ଦକ୍ଷିଣ ଓ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ବିଜୁଳି, ଘଡ଼ଘଡ଼ି ସହ ଝଟକା ପବନର ସମ୍ଭାବନା ଥିବାବେଳେ ଏହି ସମୟରେ ଚାଷୀଙ୍କୁ ସାବଧାନତା ଅବଲମ୍ବନ ସହ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.