ଓଡ଼ିଆ ନ୍ୟୁଜ୍: ପ୍ରବଳ ବର୍ଷା ନେଇ କାଲି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। କାଲି ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼କୁ ୱାର୍ଣ୍ଣିଂ ଜାରି କରାଯାଇଛି।
୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଗତକାଲି କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବର୍ଷା ଓ ବଜ୍ରପାତ ପାଇଁ ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।