୨୮ ଯାଏ ରାଜ୍ୟରେ ପ୍ରବଳ ବର୍ଷା

0

ଓଡ଼ିଆ ନ୍ୟୁଜ୍: ୨୮ ରାଜ୍ୟରେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା । ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଅଂଚଳରେ ଲଘୁଚାପ ସୃଷ୍ଟି ।ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୨୮ ତାରିଖ ଯାଏଁ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି।ଆଜି ପାଇଁ ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ।

ଏଥିସହ ୧୧ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ସତର୍କତା। ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ। ୨୫ ତାରିଖରେ ବର୍ଷାର ପରିମାଣ ଅଧିକ ରହିବ। ଲଘୁଚାପ ପ୍ରଭାବରେ ଅଶାନ୍ତ ରହିବ ସମୁଦ୍ର। ୨୬ ତାରିଖ ପର୍ୟ୍ୟନ୍ତ ସମୁଦ୍ର ମଧ୍ୟକୁ ଯିବାକୁ ସତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି

Leave A Reply

Your email address will not be published.