ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

0

ଓଡ଼ିଆ ନ୍ୟୁଜ୍: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ।ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ।କାଲି ପାଇଁ ୨୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଚେତାବନୀ।

ନିକଟରେ ଦୁଇଟି ଲଘୁଚାପ ସୃଷ୍ଟି ହୋଇଥିବାବେଳେ ଏବେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ଆସନ୍ତାକାଲି ପାଇଁ ୨୬ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Leave A Reply

Your email address will not be published.