ଜାଡରେ ଥରୁଛି ଓଡିଶା

0

ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ଶୀତର ଲହରୀ ଜାରି। ଆସନ୍ତା ୨୬ ତାରିଖ ଯାଏ ରାଜ୍ୟରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ। ପଶ୍ଚିମ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଘନ କୁହୁଡ଼ି ଦେଖା ଦେଇପାରେ। ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ରାଜ୍ୟର ସର୍ବନିମ୍ନ ରାତି ତାପମାତ୍ରା କୋରାପୁଟଠାରେ ୫.୫ ଡିଗ୍ରି ରେକର୍ଡ ହୋଇଛି । ଜି. ଉଦୟଗିରିରେ ୬.୮ ଡିଗ୍ରି, ଦାରିଙ୍ଗିବାଡ଼ିରେ ୭ ଡିଗ୍ରି, ସେମିଳିଗୁଡ଼ା ଓ ଫୁଲବାଣୀରେ ୮ ଡିଗ୍ରି, ବୌଦ୍ଧରେ ୯.୨ ଡିଗ୍ରି, ଚିପିଲିମା ଓ ରାଉରକେଲାରେ ୯.୯ ଡିଗ୍ରି ରେକର୍ଡ ହୋଇଛି । ସେହିପରି ଅନୁଗୁଳ ଓ ଭବାନୀପାଟଣାରେ ୧୦ ଡିଗ୍ରି, ଝାରସୁଗୁଡ଼ାରେ ୧୦.୪ ଡିଗ୍ରି ଓ ବଲାଙ୍ଗୀରରେ ୧୦.୮ ଡିଗ୍ରି ରାତି ପାରଦ ରହିଥିଲା ।

Leave A Reply

Your email address will not be published.