ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମାଘ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଆସନ୍ତା ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି । ଏହି ବନକଲାଗି ନୀତି ସମୟରେ ଠାକୁରଙ୍କ ଦର୍ଶନ ଉପରେ କଟକଣା ରହିବ ।

ପ୍ରାୟତଃ ୩ ରୁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ। ଏଥିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ମଧ୍ୟ ଭୂମିକା ରହିଛି ।

ଏହି ନୀତି ପାଇଁ ୩ରୁ ୪ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ । ବନକଲାଗି ନୀତି ପରେ ମହାସ୍ନାନ ହୋଇ ପୁଣି ଦର୍ଶନ ସ୍ୱାଭାବିକ ଚାଲିବ । ବୁଧବାର ଠାକୁରଙ୍କ ନୀତିକୁ ନେଇ ବନକଲାଗି ଓ ଦର୍ଶନ ସମୟ ଧାର୍ଯ୍ୟ ହେବ।

Leave A Reply

Your email address will not be published.