ଦୀଘା ମନ୍ଦିର ବିବାଦ, ମୁହଁ ଖୋଲିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍:ଦୀଘାରେ ଜଗନ୍ନାଥ ଧାମ ନାଁ ବିବାଦ । ମୁହଁ ଖୋଲିଲେ ମମତା ବାନାର୍ଜୀ । କହିଲେ ଆମ ଉପରେ ଏତେ ରାଗ କାହିଁକି । ପୁରୀ ମନ୍ଦିର ଓ ଜଗନ୍ନାଥଙ୍କୁ ଆମେ ସମ୍ମାନ କରୁ । ସାରା ଦେଶରେ କାଳୀ ମନ୍ଦିର ଓ ଗୁରୁଦ୍ୱାର ଅଛି ହେଲେ ଦୀଘା ମନ୍ଦିରକୁ ନେଇ ଏତେ ରାଗ କାହିଁକି ବୋଲି ପ୍ରଶ୍ନ କରିଛନ୍ତି ମମତା ।

ସେପଟେ ଦୀଘା ମନ୍ଦିର ବିବାଦକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ। ଲୋକସେବା ଭବନରେ ବସିଲା ବୈଠକ । ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଚାଲିଛି ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ଓ ଅନ୍ୟ ଅଧିକାରୀ ଉପସ୍ଥିତ ଅଛନ୍ତି । ଗତକାଲି ବସିଥିବା ବୈଠକ ବାବଦରେ ମନ୍ତ୍ରୀଙ୍କୁ ଅବଗତ କରାଇବା ସହ ତଦନ୍ତ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖିଥିଲେ ଆଇନମନ୍ତ୍ରୀ ।

 

Leave A Reply

Your email address will not be published.