ଅକ୍ଟୋବର ମାସରୁ ହିତାଧିକାରୀଙ୍କୁ ମିଳିବ ଗହମ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର। ଅକ୍ଟୋବର ମାସରୁ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ।  ଏନେଇ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି ଜାରି ହୋଇଛି ।

ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ରାସନର ୨୦ ପ୍ରତିଶତ ଗହମ ମିଳିବ । ତେବେ ଗତ ମାସରେ ଚାଉଳ ସହ ଗହମ ଦିଆଯିବ ବୋଲି ବିଧାନସଭାରେ ମନ୍ତବ୍ୟ ରଖିଥିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

ଓଡ଼ିଶା ସମେତ ୯ ରାଜ୍ୟର ହିତାଧିକାରୀଙ୍କୁ ଚାଉଳ ସହ ଗହମ ଯୋଗାଇ ଦିଆଯିବ । ପୂର୍ବରୁ ବିଧାନସଭାରେ ଗହମ ମିଳିବା ନେଇ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଥିଲେ। ହିତାଧିକାରୀଙ୍କୁ ମଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଥିଲା

Comments are closed.