କେବେ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଫଳ

0

ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ଆଜି ପ୍ରକାଶ ପାଇଛି  ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍‌ଟ। ତେବେ କଳା ରେଜଲ୍‌ କେବେ ପ୍ରକାଶ ପାଇବ? ଏହାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍କଣ୍ଠା ଲାଗି ରହିଛି। ତେବେ ଆଜି ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଘୋଷଣା ବେଳେ CHSE ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ କହିଛନ୍ତି, ଆସନ୍ତା ୮ ତାରିଖ ସୁଦ୍ଧା ପ୍ରକାଶ ପାଇପାରେ ଯୁକ୍ତ ୨ କଳା ପରୀକ୍ଷା ଫଳାଫଳ। ଅନ୍ୟପଟେ ଆସନ୍ତାବର୍ଷଠାରୁ ଯୁକ୍ତଦୁଇରେ ଆସିବ ବ୍ୟାପକ ସଂସ୍କାର। ମାଟ୍ରିକ ଭଳି ଯୁକ୍ତ ଦୁଇ ପରୀକ୍ଷାରେ ଆସିବ ସଂସ୍କାର। ପରୀକ୍ଷା ଢାଞ୍ଚା ବଦଳିବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଏକାଡେମିକ କାଉନସିଲ୍‌ ପ୍ରକ୍ରିୟା ଆରମ୍ଭ କରିଛି।

ଖୁବ୍‌ଶୀଘ୍ର ଏନେଇ ବିଧିବଦ୍ଧ ଘୋଷଣା ହେବ। ଏହାସହ ଆସନ୍ତା ବର୍ଷଠାରୁ ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ପ୍ରକାଶ ପାଇବ ବୋଲି ସୂଚନା ଦେଇଛନ୍ତି ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ। ଆଜି ପ୍ରକାଶ ପାଇଛି ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍‌ଟ। ଏଥିରେ ୭୮,୯୩୮ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି। ପାସ୍ ହାର ୮୪.୯୩% ରହିଛି। ପାସ କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ପ୍ରଥମ ଶ୍ରେଣୀରେ ୩୯,୫୭୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି।

ସେହିପରି ଦ୍ୱିତୀୟ ଶ୍ରେଣୀରେ ୨୪,୨୫୭ ଛାତ୍ରଛାତ୍ରୀ ପାସ୍‌ କରିଥିବା ବେଳେ ତୃତୀୟ ଶ୍ରେଣୀରେ ୧୪,୮୫୨ ଛାତ୍ରଛାତ୍ରୀ ପାସ କରିଛନ୍ତି।ସେହିପରି ଯୁକ୍ତ ଦୁଇ ବାଣିଜ୍ୟରେ ୯,୫୩୬ ପରୀକ୍ଷାର୍ଥୀ ପାସ କରିଛନ୍ତି ପାସ୍ କରିଛନ୍ତି। ଏଥର ପାସ୍‌ ହାର ୮୧.୧୨% ରହିଛି। ପ୍ରଥମ ଶ୍ରେଣୀରେ ୭,୪୧୦ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି।

Leave A Reply

Your email address will not be published.