କେଉଁଠୁ ଆରମ୍ଭ ହୋଇଥିଲା ରାକ୍ଷୀ ପୂର୍ଣ୍ଣମା?

0

ଓଡିଆ ନ୍ୟୁଜ୍ (ବ୍ୟୁରୋ) : ରାକ୍ଷୀ ପୂର୍ଣ୍ଣମା ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧି ମଙ୍ଗଳ ମନାସିଥାଏ । ଭାଇର ଉଜଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ । ବଦଳରେ ଭାଇ, ତା’ର ଭଉଣୀକୁ ସବୁ ବିପଦରୁ ରକ୍ଷା କରିବା ପାଇଁ ପ୍ରତିଜ୍ଞା କରିଥାଏ।

ଏହି ପର୍ବକୁ ନେଇ ଏକ ପୌରାଣିକ କାହାଣୀ ରହିଛି। କୃଷ୍ଣ ଓ ଦ୍ରୌପଦୀଙ୍କୁ ନେଇ ମହାଭାରତରେ ବର୍ଣ୍ଣନା କରାଯାଇଛି । ଶ୍ରୀକୃଷ୍ଣ ଅତ୍ୟାଚାରୀ ଶିଶୁପାଳକୁ ବଧ କରିବା ବେଳେ ତାଙ୍କର ଅଙ୍ଗୁଳି କଟିଯାଇଥିଲା । ସେଥିରୁ ରକ୍ତ ବାହାରିବା ଦେଖି ଦ୍ରୌପଦୀ ନିଜ ପିନ୍ଧା ଶାଢ଼ୀ ଚିରି ସେଥିରେ ଗୁଡ଼ାଇ ଦେଇଥିଲେ, ଫଳରେ ରକ୍ତ ବନ୍ଦ ହେଇଯାଇଥିଲା । ଦ୍ରୌପଦୀଙ୍କ ମଧ୍ୟରେ ଶ୍ରୀକୃଷ୍ଣ ଭଉଣୀର ସ୍ନେହ ପାଇଥିଲେ । ଏହାର ପ୍ରତିବଦଳରେ ଯେତେବେଳେ କୁରୁସଭାରେ ଦ୍ରୌପଦୀଙ୍କୁ କୌରବମାନେ ବିବସନା କରିବାକୁ ଉଦ୍ୟତ ହେଲେ ସେତେବେଳେ ଶ୍ରୀକୃଷ୍ଣ କୋଟି ବସ୍ତ୍ରଦାନକରି ଦ୍ରୌପଦୀଙ୍କ ସମ୍ମାନ ରକ୍ଷା କରିଥିଲେ ।

ଏହା ସହିତ ପୁରାଣରେ ଅସୁର ରାଜାବଳିଠାରୁ ମୋଗଲ ସମ୍ରାଟ ହୁମାୟୁନଙ୍କ ଯାଏଁ ରକ୍ଷାବନ୍ଧନ ଭଉଣୀର ସମ୍ମାନ ରକ୍ଷା କରିଆସିଛି । ଅସୁର ସମ୍ରାଟ ବଳି ଭଗବାନ ବିଷ୍ଣୁଙ୍କର ଜଣେ ବଡ଼ ଭକ୍ତ ଥିଲେ, ତାଙ୍କ ଉପରେ କୈଣସି ବିପଦ ଆସୁ ଏହା ବିଷ୍ଣୁ ଚାହୁଁ ନ ଥିଲେ । ତେଣୁ ବଳି ଉପରେ ବିପଦ ଥିବା ଜାଣି ବିଷ୍ଣୁ ବୈକୁଣ୍ଠ ତ୍ୟାଗକରି ବଳିର ରାଜପ୍ରାସାଦରେ ଅବସ୍ଥାନ କଲେ । ତେଣେ ମହାଲକ୍ଷ୍ମୀ ଏହା ଚାହୁଁ ନଥିଲେ । ସେ ଚାହୁଁ ଥିଲେ ବିଷ୍ଣୁ ତାଙ୍କ ସହ ବୈକୁଣ୍ଠରେ ଅବସ୍ଥାନ କରନ୍ତୁ । ଏହାର ଏକ ଉପାୟ ଚିନ୍ତାକରି ଲକ୍ଷ୍ମୀ ବ୍ରାହ୍ମଣୀ ବେଶରେ ବଳିକୁ ଭେଟିଲେ । ଶ୍ରାବଣ ପୂର୍ଣ୍ଣମୀରେ ସେ ବଳି ହାତରେ ରାକ୍ଷୀ ବାନ୍ଧି ଦେଇଥିଲେ । ଏହାପରେ ଜଣେ ଭାଇ ହିସାବରେ ଲକ୍ଷ୍ମୀଙ୍କ କଥା ବୁଝିବା ବଳିଙ୍କର କର୍ତ୍ତ୍ୟବ୍ୟ ଥିଲା । ଲକ୍ଷ୍ମୀ କଣ ଚାହୁଛନ୍ତି ଜାଣିବାପରେ ସେ ବିଷ୍ଣୁଙ୍କୁ ବୈକୁଣ୍ଠରେ ରହିବାକୁ ଅନୁରୋଧ କରିଥିଲେ । ଏହି ମହାନ ପର୍ବ ଯୁଗେ ଯୁର୍ଗେ ତା’ର ସାର୍ଥକତା ବଜାୟୀ ରଖିଛି ।

Leave A Reply

Your email address will not be published.