ଅଲୋକର ପର୍ବ ଦିପାବଳୀର ଉତ୍ପତ୍ତି କେଉଁଠୁ ଜାଣନ୍ତୁ ?

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ଦୀପାବଳିକୁ ଭାରତରେ ଏକ ପ୍ରମୁଖ ପର୍ବ ବୋଲି ଜଣାଯାଏ। ଏହାକୁ ଆଲୋକର ପର୍ବ ବୋଲି କୁହାଯାଏ। ହିନ୍ଦୁମାନଙ୍କପାଇଁ ଦୀପାବଳୀ ଏକ ମୁଖ୍ୟ ପର୍ବ ଯାହା, ଘରେ ନାନାଦି ପାରମ୍ପରିକ ଢଙ୍ଗରେ ପାଳନ କରାଯାଇଥାଏ । ତେବେ ଏହି ଦିପାବଳୀ କାହିଁକି ପାଳନ କରାଯାଏ ଓ ଏହାର ଉତ୍ପତ୍ତି କେବେ ଠୁ ହେଲା ଆସନ୍ତୁ ଜାଣିବା।

ଉତ୍ପତ୍ତି:
ନାନା ପୌରାଣିକ ମତବାଦ, ସଂଯୋଗ ଓ ଧର୍ମୀୟ ବିଶ୍ୱାସ ମଧ୍ୟରେ ବାନ୍ଧି ହୋଇ ରହିଥିବା ଏହି ପର୍ବକୁ ବୈଜ୍ଞାନିକ ଅନୁଶୀଳନ କଲେ ଜଣାପଡ଼େ ଏହା ଏକ କୃଷିଭିତ୍ତିକ ବିଧି । ଯାହା ପ୍ରାଚୀନ କଳିଙ୍ଗର କୃଷିକ୍ଷେତ୍ର ଓ ଏହାସହିତ ପୁରପଲ୍ଲୀରେ ପୋକର ନିୟନ୍ତ୍ରଣ ପାଇଁ ଆୟୋଜନ ହେଉଥିଲା । ଧାନର ଏନ୍ତୁଡ଼ିଶାଳ ଓଡ଼ିଶା ଚାଷବାସରେ ସମୃଦ୍ଧ ଥିଲା । ଏହାର ପାରମ୍ପରିକ ଚାଷ ପ୍ରଣାଳୀ ମଧ୍ୟ ବିଜ୍ଞାନ ସମ୍ମତ ।

ରୋଗପୋକ ଦମନ ପାଇଁ ଓଡ଼ିଆମାନେ ନିମ୍ବ ପତ୍ର ଓ ଆଲୋକ ଦିହୁରୀର ବହୁଳ ଉପଯୋଗ କରୁଥିବାର ଗବେଷକମାନେ ମତ ଦିଅନ୍ତି । ଏ ଦୁଇଟି ଉପାୟ ଏବେ ସୁଦ୍ଧା ବୈଜ୍ଞାନିକଙ୍କଦ୍ୱାରା ସର୍ବୋତ୍କୃଷ୍ଟ ବିବେଚିତ ହୋଇଛି । ଅମଳ ଋତୁ ଉପନୀତ ହୁଅନ୍ତେ ଶସ୍ୟକ୍ଷେତ୍ର ସମେତ ଜନବସତିରେ କୀଟ ପତଙ୍ଗଙ୍କ ସଂଖ୍ୟା ବୃଦ୍ଧି ପାଏ । କାର୍ତ୍ତିକ ମାସର ଅମାବାସ୍ୟା ଆଡକୁ ଏମାନଙ୍କ ସଂଖ୍ୟା ଏତେ ବୃଦ୍ଧି ପାଏ ଯେ ବିଶେଷ କରି ରାତ୍ରୀ ସମୟରେ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼େ । ଅମାବାସ୍ୟା ପୂର୍ବ ପରକୁ ମିଶାଇ ପାଞ୍ଚ ଦିନ ମଶାଲ, ଦିହୁରୀ, ଦୀପ, ଲଣ୍ଠନ ଆଦି ଜଳାଇ ପୋକଙ୍କୁ ଆକୃଷ୍ଟ କରି ଦମନ କରାଯାଏ ।

ପୌରାଣିକ:

ଦୀପାବଳିରେ ସମଗ୍ର ଭାରତରେ ଦିବ୍ୟ ଜନନୀଙ୍କର ନାନା ରୂପରେ ପୂଜା କରାଯାଏ । ବଙ୍ଗଳା, ଆସାମ, ଓଡ଼ିଶା ଓ ବିହାରରେ ଦୀପାବଳି ମା’ କାଳୀଙ୍କ ପୂଜା କରାଯାଏ । କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ମଧ୍ୟ ରାତ୍ରୀରୁ ତାନ୍ତ୍ରିକ ଓ ଶାକ୍ତ ମତରେ ଦେବୀଙ୍କର ପୂଜା ହୁଏ । ମାଟିରେ ତିଆରି ମୂର୍ତ୍ତି ସହ ବିଭିନ୍ନ ଶକ୍ତି ପୀଠରେ ଏହା ପାଳିତ ହୁଏ । ସେହିପରି ଭାରତର ଅନ୍ୟାନ୍ୟ ଅଂଶରେ ଦୀପାବଳୀ ଲକ୍ଷ୍ମୀ ପୂଜାର ସମୟ । ବିଶେଷ କରି, ଉତ୍ତର ଭାରତରେ ମହାଲକ୍ଷ୍ମୀଙ୍କ ରୂପରେ ଦେବୀଙ୍କ ଆରାଧନା କରାଯାଏ । ଏହା ଏହି ସବୁ ଅଞ୍ଚଳରେ ଏକ ମୁଖ୍ୟ ପର୍ବ ରୂପେ ପାଳିତ ହୁଏ । ମିଥିଳା ଓ ନେପାଳରେ ଏହି ପର୍ବରେ ମହାନିଶାଙ୍କ ପୂଜା କରାଯାଏ । କାର୍ତ୍ତିକ ଅମାଵାସ୍ୟାରେ ଦୀପାବଳୀ ଉତ୍ସବ ପାଳନ କରାଯାଏ । ଏହି ପର୍ବ ପ୍ରାୟ ସମସ୍ତେ ପାଳନ କରନ୍ତି । ଘରେ ଘରେ ସେଦିନ ଦୀପ ଜଳେ, ବାଣ ଫୁଟାଯାଏ । ଶ୍ରାଦ୍ଧ କରାଯାଏ । ପିଠାପଣା ହୁଏ । ଦୀପାବଳୀ ଉତ୍ସବ ପାଳନ ବିଷୟରେ ନାନାପ୍ରକାର ପୁରାଣ ଓ ଲୋକକଥା ଶୁଣାଯାଏ । ତେଣୁ ଏହି ପରମ୍ପରା ଅନୁସାରେ ଦିପାବଳୀ ପାଳନ ହୋଇ ଆସୁଛି।

Leave A Reply

Your email address will not be published.