ଭୋଜି ଖାଇ ଘରକୁ ଫେରୁଥିବା ବେଳେ ଧକ୍କା ଦେଲା ଟ୍ରକ୍‌

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସୁନ୍ଦରଗଡ ଜିଲ୍ଲା କୋଇଡା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ରେଙ୍ଗାଲବେଢା ଠାରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଥିବା ଜଣାପଡିଛି। ମୃତକଙ୍କ ମଧ୍ୟରେ ୨ ଜଣ ଶିଶୁ ଓ ଜଣେ ଯୁବତୀ ରହିଥିବା ସୂଚନା ରହିଛି।

ଆହତମାନଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ତେବେ ସୂଚନା ମୁତବକ, ଗତକାଲି ବିଳମ୍ବିତ ରାତିରେ କେନ୍ଦୁଝରରୁ ଏକ ବାହାଘର ଭୋଜି ଖାଇ ସ୍କର୍ପିଓରେ ଗୋଟିଏ ପରିବାରର ୭ ଜଣ କୋଇଡ଼ା ଫେରୁଥିଲେ। କୋଇଡା ଥାନା ରେଙ୍ଗାଲବେଢ଼ା ଛକ ନିକଟରେ ବୀପରିତ ଦିଗରୁ ଆସୁଥିବା ଏକ ସ୍କର୍ପିଓ ହାଇୱାକୁ ଧକ୍କା ଦେଇଥିଲା।

ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Leave A Reply

Your email address will not be published.