ରଜପର୍ବ କାହିଁକି ପାଳନ କରାଯାଏ ?

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପହିଲି ରଜରେ ଆରମ୍ଭ ହୁଏ ପ୍ରସ୍ତୁତି ପର୍ବ। ତିନିଦିନ ଧରି ଧରଣୀ ମାଆକୁ ବିଶ୍ରାମ ଦିଆଯାଏ, ଯେଉଁଥିପାଇଁ ଭୂ ଖନନ ବାରଣ କରାଯାଏ। ଆଷାଢ଼ର ପହିଲି ବର୍ଷାରେ ମାଟି ମା’ର ପ୍ରଜନନ ଶକ୍ତି ଜାଗ୍ରତ ହୋଇଥାଏ। ଏହି କାରଣରୁ ଧରଣୀମାତାକୁ ରଜସ୍ୱଳା ସ୍ତ୍ରୀ ସହିତ ତୁଳନା କରାଯାଏ।ଅବିବାହିତା ଝିଅଙ୍କ ପାଇଁ ଗର୍ଭଧାରଣ କ୍ଷମତା ପ୍ରାପ୍ତିର ଏକ ସାଙ୍କେତିକ ପର୍ବ ହେଉଛି ରଜ।

ଏହି ରଜ ପର୍ବ ପାଳନ ଅବସରରେ ଜଣେ ନାରୀଭାବେ ଆଗାମୀ ଦିନରେ କିଛି କର୍ତ୍ତବ୍ୟ କରିବାକୁ ହେବ, ତାହା କୁମାରୀମାନଙ୍କୁ ଶିଖିବାକୁ ପଡ଼ିଥାଏ। କୁମାରୀମାନେ ରଜପର୍ବର ମଉଜ ଭିତରେ ଜଣେ ନାରୀର ଚଳଣି, ଆଚାର ସଂହିତାକୁ ବିଧିଭାବେ ପାଳିଥାଆନ୍ତି ଏବଂ ଭବିଷ୍ୟତରେ ଯେତେବେଳେ ଝିଅଟିଏ ନାରୀ ଭୂମିକାରେ ଅବତୀର୍ଣ୍ଣ ହୋଇ କର୍ତ୍ତବ୍ୟ ସମ୍ପାଦନ କରେ, ଏହି ଆଚାର ସଂହିତା ତାକୁ ସହାଯ୍ୟ କରେ।

ରଜ ତିନିଦିନ ଧରି ରଜସ୍ୱଳା ନାରୀଭାବେ ଧରଣୀମାଆକୁ କଷ୍ଟ ନ ଦେଇ ଭୂମି କର୍ଷଣ ନ କରି ବିଶ୍ରାମ ଦେଲା ଭଳି କୁମାରୀମାନେ ବିଶ୍ରାମ କରନ୍ତି। ଝିଅବୋହୂମାନଙ୍କ ଭବିଷ୍ୟତ ସାଂସାରିକ ଜୀବନ ସୁଖମୟ କରିବାକୁ ରଜପର୍ବର କଳ୍ପନା କରାଯାଇଛି। ରଜପର୍ବର ବିଧିବିଧାନକୁ ସେମାନେ ନିଜେ ପାଳନ କରି ଜଣେ ମାଆର କର୍ତ୍ତବ୍ୟକୁ ସୂଚାରୁ ରୂପେ ତୁଲାଇ ପାରିବେ ଏବଂ ଭବିଷ୍ୟତରେ ନିଜ ଝିଅମାନଙ୍କୁ ନିଜ ଅନୁଭୂତିରୁ ଶିଖି ସଂସାର ନିୟମ ଶିଖାଇବେ।

Leave A Reply

Your email address will not be published.