୮ରୁ କମିପାରେ ଶୀତ; ୯ରୁ ୧୧ ଭିତରେ ବଙ୍ଗୋପସାଗରୀୟ ପୂର୍ବା ପବନ ବହିବ

0

ଓଡିଆ ନ୍ୟୁଜ୍(ବ୍ୟୁରୋ):  କେନ୍ଦ୍ରୀୟ ଭାରତରେ ସୃଷ୍ଟି ହୋଇଥିବା ଗୁରୁଚାପ ବଳୟ ୭ ତାରିଖ ଯାଏ ରହିବ । ଦିନରେ ପାଗ ଖରାଟିଆ ଓ ଶୁଖିଲା ରହିିବ । ତେବେ ଥଣ୍ଡା ବଢିବ । ୮ରୁ ଶୀତ କମିପାରେ ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି ।

୮ରେ ଉତ୍ତରା ଥଣ୍ଡା ପବନ ପରିବର୍ତ୍ତେ ଉତ୍ତର ପୂର୍ବ ଦିଗରୁ ପବନ ବହିବ । ୯ରୁ ୧୧ ଭିତରେ ବଙ୍ଗୋପସାଗରୀୟ ପୂର୍ବା ପବନ ବହିବ । ଏଥିପାଇଁ ସାରା ରାଜ୍ୟରେ ଶୀତ କମିବାର ସମ୍ଭାବନା ଅଛି । ୩ରୁ ୫ ତାରିଖ ଭିତରେ ଦକ୍ଷିଣ ଉପକୂଳ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରା ୧ରୁ ୧.୫ ଡିଗ୍ରୀ କମିପାରେ । ୩ରୁ ୬ ଭିତରେ ଉତ୍ତର ଉପକୂଳ ଓ ଆଭ୍ୟନ୍ତରୀଣ ଉତ୍ତରରେ ୨ଡିଗ୍ରୀ କମିପାରେ । ୩ରୁ ୭ ଯାଏ ଦକ୍ଷିଣ ଆଭ୍ୟନ୍ତର, କେନ୍ଦ୍ରୀୟ ଓ ପଶ୍ଚିମ ଓଡିଶାରେ ୪ରୁ ୫ ଡିଗ୍ରୀ କମିପାରେ ।

Leave A Reply

Your email address will not be published.