ଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ: ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ହେଲା ଆଗତ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ବିଧାନସଭା ଆରମ୍ଭରୁ ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହର ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଆଗତ କରିଥିଲେ ଶୋକ ପ୍ରସ୍ତାବ। ପୂର୍ବତନ ମନ୍ତ୍ରୀ ବିଜୟ ରଞ୍ଜନ ସିଂ ବରିହା, ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀ, ପୂର୍ବତନ ମନ୍ତ୍ରୀ ଗୋଲକ ବିହାରୀ ନାୟକ ଏବଂ ଅନ୍ୟ ତିନି ସଦସ୍ୟଙ୍କ ଉଦେଶ୍ୟରେ ଶୋକ ପ୍ରସ୍ତାବ ପାରିତ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇ ବିରୋଧୀ ଦଳ ନେତା,କଂଗ୍ରେସ ବିଧାୟକ ଦଳ ନେତା ଗୃହରେ ଦିବଙ୍ଗତ ନେତାଙ୍କ ଅବଦାନ ସମ୍ପର୍କରେ ଆଲୋଚନା କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହା ପରେ ବାଚସ୍ପତି ଗୃହର ପରମ୍ପରା ଅନୁସାରେ ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ 5ଟା ପର୍ଯ୍ୟନ୍ତ ଗୃହ ମୁଲତବୀ କରିଥିଲେ।

ଆଜି ବିଧାନସଭା ଆରମ୍ଭ ହେବା ପୂର୍ବରୁ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏ ବୈଠକରେ ଗୃହରେ ବିଜେଡି କେଉଁ କେଉଁ ପ୍ରସଙ୍ଗ ଉଠାଇବେ ତାହା ଉପରେ ଆଲୋଚନା ହୋଇଥିଲା। ଧାନର ସହାୟକ ମୂଲ୍ୟ, ରେଳବାଇରେ ଅବହେଳା,ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ଆଦି ପ୍ରସଙ୍ଗ ଉଠାଇବ ଦଳ ବୋଲି ବିଜେଡି କହିଛି। ମନ୍ତ୍ରୀ ବିଧାନସଭା ଅଧିବେଶନ ଆରମ୍ଭ ହେବ ପୂର୍ଵରୁ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କୁ ବିଧାନସଭା ପରିସରରେ ଗାର୍ଡ ଅଫ ଅନର ଦିଆଯାଇଥିଲା

Leave A Reply

Your email address will not be published.