ରାଜ୍ୟରେ ଆହୁରି କମିବ ଶୀତ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟରେ ଆହୁରି କମିବ ଶୀତ। ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବଢ଼ୁଥିବାବେଳେ ଆଗକୁ ଆହୁରି ବଢ଼ିବ । ଖାଲି ରାତି ନୁହେଁ, ଦିନ ତାପମାତ୍ରା ବି ବଢ଼ିବ । ଏଣିକି କମ୍‌ ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବୁଧବାର ସକାଳ ସମୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କୋରାପୁଟ, ରାୟଗଡ଼ା ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହୋଇପାରେ।

ଗୁରୁବାର ମଧ୍ୟ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, ସୁବର୍ଣ୍ଣପୁର, ବଲାଙ୍ଗୀର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଫେବ୍ରୁଆରି ୧ ଓ ୨ ତାରିଖରେ ଉତ୍ତର ଅଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

୪ ଓ ୫ ତାରିଖରେ ଦିନ ତାପମାତ୍ରା ୩୨ରୁ ୩୩ ଡିଗ୍ରୀରେ ପହଞ୍ଚିବ । ରାତି ତାପମାତ୍ରା ୨୦ରୁ ୨୨ ଡିଗ୍ରୀ ଛୁଇଁଯିବ । ତେବେ ୨ତାରିଖରେ ବର୍ଷାର ସାମାନ୍ୟ ପ୍ରଭାବ ରହିବ । ପଶ୍ଚିମା ଝଡ଼ ପ୍ରଭାବରେ ୫, ୬ ଓ ୭ ତାରିଖରେ ବର୍ଷା ହୋଇପାରେ । ବର୍ଷା ପ୍ରଭାବରେ ତାପମାତ୍ରା ସାମାନ୍ୟ କମିବ ।ପାଣିପାଗ ବିଭାଗର ଆକଳନ କହୁଛି, ୩୧ ତାରିଖରେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ସୋନପୁର, ବଲାଙ୍ଗୀର, ଢେଙ୍କାନାଳ, ଅନୁଗୁଳ, ଯାଜପୁର, ବାଲେଶ୍ୱର, କଟକ, ବୌଦ୍ଧ ଓ କଳାହାଣ୍ଡିରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ । ସେହିଭଳି ୧ ଓ ୨ ତାରିଖରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ ।

Leave A Reply

Your email address will not be published.