ଓଡ଼ିଆ ନ୍ୟୁଜ୍: ଏଣିକି ମହିଳାମାନେ ରାତିରେ ବିଭିନ୍ନ ଘରୋଇ ସଂସ୍ଥାରେ କାର୍ଯ୍ୟ କରିପାରିବେ। ରାତିରେ କାମ କରିବା ପାଇଁ ମହିଳା କର୍ମଚାରୀଙ୍କ ସହମତି ଆବଶ୍ୟକ। ନାଇଟ ସିଫ୍ଟରେ କାମ କରିବା ପାଇଁ ମହିଳା ଦେବେ ସହମତି ପତ୍ରଦୀର୍ଘଦିନ ଘରୋଇ ପ୍ରତିଷ୍ଠାନରେ ମହିଳାମାନେ ରାତିରେ କାର୍ଯ୍ୟ କରିବା ନେଇ ଥିବା ସରକାରୀ ବାଧ୍ୟବାଧକତାକୁ ଏବେ କୋହଳ କରାଯାଇଛି ।
ରାଜ୍ୟରେ ମହିଳାଙ୍କୁ ସ୍ବାବଲମ୍ବୀ କରିବା ଏବଂ ସେମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଶ୍ରମ ବିଭାଗ ପକ୍ଷରୁ ଓଡ଼ିଶା ଦୋକାନ ଏବଂ ବ୍ୟବସାୟିକ ପ୍ରତିଷ୍ଠାନ ଆଇନ-୧୯୫୬ରେ କେତେକ ପରିବର୍ତ୍ତନ କରାଯାଇଛି। ଏଣିକି ମହିଳାମାନେ ରାତିରେ ବିଭିନ୍ନ ଘରୋଇ ପ୍ରତିଷ୍ଠାନ କିମ୍ବା ବ୍ୟବସାୟିକ କେନ୍ଦ୍ରରେ କାର୍ଯ୍ୟ କରିପାରିବେ। ମାତ୍ର ନାବାଳିକାମାନଙ୍କୁ ଏହି ଅନୁମତି ଦିଆଯିବ ନାହିଁ।
ତେବେ ରାତିରେ ମହିଳାମାନେ କାର୍ଯ୍ୟସ୍ଥଳୀରେ କାମ କରିବା ସମୟରେ କି ପ୍ରକାର ସତର୍କତା ଅବଲମ୍ବନ କରାଯିବ ସେନେଇ ଶନିବାର ଶ୍ରମବିଭାଗ ପକ୍ଷରୁ ବିଧବଦ୍ଧ ଭାବେ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତିରେ ଶ୍ରମବିଭାଗ ପ୍ରମୁଖ ଶାସନ ସଚିବ ଚିତ୍ରା ଅରୁମୁଗ୍ମ ଦର୍ଶାଇଛନ୍ତି, ରାଜ୍ୟ ସରକାର ସମସ୍ତ ଦୋକାନ ଏବଂ ବ୍ୟବସାୟିକ ପ୍ରତିଷ୍ଠାନକୁ ଲାଗୁ ହୋଇଥିବା ଧାରା-୨୩କୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛନ୍ତି।