ଆଜିଠୁ ଆରମ୍ଭ ହେଲା ବିଶ୍ଵାସ୍ତରୀୟ କ୍ରୀଡା ମହାକୁମ୍ଭ

0

ଓଡ଼ିଆ ନ୍ୟୁଜ୍: ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଆଜିଠୁ ଆରମ୍ଭ ହେଲା ବିଶ୍ୱସ୍ତରୀୟ କ୍ରୀଡ଼ା ମହାକୁମ୍ଭ। ପ୍ରଥମ ଥର ପାଇଁ ଭାରତରେ ଆୟୋଜିତ ହେଉଛି ଓ୍ବାଲର୍‌ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍‌ ବ୍ରୋଞ୍ଜ ଚାମ୍ପିଆନସିପ। ଏହି ପ୍ରତିଯୋଗିତା ଭୁବନେଶ୍ୱରର ଐତିହାସିକ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଛି।ପ୍ରଥମ ଥର ପାଇଁ ଭାରତରେ ଆୟୋଜିତ ହେଉଛି ଓ୍ବାଲର୍‌ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍‌ ବ୍ରୋଞ୍ଜ ଚାମ୍ପିଆନସିପ। ଏହି ପ୍ରତିଯୋଗିତା ଭୁବନେଶ୍ୱରର ଐତିହାସିକ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ, ଯେଉଁଠାରେ ୧୭ଟି ଦେଶରୁ ପ୍ରାୟ ୨୨୫ ଜଣ ପ୍ରତିଯୋଗୀ ୧୯ଟି ଭିନ୍ନ ଇଭେଣ୍ଟରେ ଅଂଶଗ୍ରହଣ କରିବେ।

ଏହି ବିଶ୍ୱସ୍ତରୀୟ ଟୁର୍ଣ୍ଣାମେଣ୍ଟରେ ଭାଗ ନେବା ପାଇଁ ଦେଶ ଓ ବିଦେଶର ଖେଳାଳିମାନେ ଓଡ଼ିଶାରେ ପହଞ୍ଚି ସାରିଛନ୍ତି। ଓଡ଼ିଶାରୁ ମଧ୍ୟ ୪ ଜଣ ଖେଳାଳି ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରୁଛନ୍ତି, ଯାହା ରାଜ୍ୟ ପାଇଁ ଏକ ଗର୍ବର ବିଷୟ।

Leave A Reply

Your email address will not be published.