ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ : ସୁନ୍ଦରଗଡ଼ରେ ୨୦୦ରେ ଟପିଲା ପଜିଟିଭ ସଂଖ୍ୟା

0

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ। ସୁନ୍ଦରଗଡ଼ରେ ଏହା ବେଶି ଘାତକ ରୂପ ନେଉଛି। ଆଜି ସୁନ୍ଦରଗଡ଼ରେ ପୁଣି ୭ ସ୍କ୍ରବ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ । ୨୪ ଘଣ୍ଟାରେ ପୁଣି ୭ ସ୍କ୍ରବ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମଙ୍ଗଳବାର ହୋଇଥିବା ୩୭ ନମୁନା ପରୀକ୍ଷାରୁ ୭ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦କୁ ବୃଦ୍ଧି ପାଇଛି ।

ସୂଚନା ଥାଉକି, ସୁନ୍ଦରଗଡ଼କୁ ଟେନସନ୍ ଦେଉଛି ସ୍କ୍ରବ ଟାଇଫସ । ୨୦୦ରେ ପହଞ୍ଚିଲାଣି ପଜିଟିଭ ସଂଖ୍ୟା । ଆଜି ପୁଣି ଦିନକରେ ଚିହ୍ନଟ ହୋଇଛନ୍ତି ଆଉ ୭ ଆକ୍ରାନ୍ତ । ଔଷଧ ମହଜୁଦ ରହିଥିବା ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସୂଚନା ଦେଇଛନ୍ତି । ୩୭ଟି ନମୁନା ପରୀକ୍ଷା କରାଯାଇଥିବା ବେଳେ ସେଥିମଧ୍ୟରୁ ୭ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ରବିବାର ୧୧, ସୋମବାର ୩ ଚିହ୍ନଟ ହୋଇଥିଲେ। ଠିକ୍ ସେହିପରି ମଙ୍ଗଳବାର ବି୧୦ ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏହା ସହ ସଂଖ୍ୟା୨୦୦ରେ ପହଞ୍ଚିଛି । ତେବେ ଏହା ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ହୋଇଥିବା ପରୀକ୍ଷାର ରିପୋର୍ଟ। ଘରୋଇ ଭାବେ ପ୍ରକାଶିତ ତଥ୍ୟାନୁସାରେ ଆକ୍ରାନ୍ତ ସଂଖ୍ୟା ୫ ଶହ ଟପି ଯାଇଥିବା କୁହାଯାଉଛି।

Leave A Reply

Your email address will not be published.