ନାମାଙ୍କନ ଭରିଲେ ଯଶୋବନ୍ତ ସିହ୍ନା

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନକୁ ନେଇ ଆଗେଇ ଚାଲିଛି ପ୍ରସ୍ତୁତି । ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପରୋ ଆଜି ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ଯଶୋବନ୍ତ ସିହ୍ନା । ମିଳିତ ବିରୋଧୀ ଦଳର ପ୍ରାର୍ଥୀ ଭାବେ ସେ ନିଜର ନାମାଙ୍କନ ଦାଖଲ କରିଛନ୍ତି । ଏହି ଅବସରରେ ତାଙ୍କ ସହିତ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ, ସମାଜବାଦୀ ପାର୍ଟିର ଅଧ୍ୟକ୍ଷ ଅଖିଳେଶ ଯାଦବ, ଏନସିପିର ମୁଖ୍ୟ ଶରଦ ପାୱାର, ମଲ୍ଲିକାର୍ଜୁନ ଖାରଗେ ସମେତ ଅନ୍ୟ ବିରୋଧୀ ନେତା ଉପସ୍ଥିତ ଥିଲେ ।

୧୨ରୁ ଅଧିକ ବିରୋଧୀ ଦଳ ମିଶି ମଙ୍ଗଳବାର ଦିନ ଯଶୋବନ୍ତ ସିହ୍ନାଙ୍କୁ ନିଜର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଚୟନ କରିଥିଲେ । ସେହି ଦିନ ବିଜେପି ମଧ୍ୟ ଦ୍ରୌପଦୀ ମୁର୍ମୁଙ୍କୁ ନିଜର ପ୍ରାର୍ଥୀ ଭାବେ ଘୋଷଣା କରିଥିଲା । ତେବେ ରାଷ୍ଟ୍ରପତି ନିର୍ବାଚନ ୧୮ ଜୁଲାଇରେ ଅନୁଷ୍ଠିତ ହେବ । ତେବେ ନାମାଙ୍କନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଜନାଥ ସିଂ ଏବଂ ଲାଲକୃଷ୍ଣ ଆଡ଼ଭାନୀଙ୍କୁ ସମର୍ଥନ ମାଗିଥିଲେ ଯଶୋବନ୍ତ ସିହ୍ନା । ତେବେ ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଏବଂ ବିରୋଧୀ ଦଳର ପ୍ରାର୍ଥୀ ଯଶୋବନ୍ତ ସିହ୍ନାଙ୍କ ମଧ୍ୟରେ ଜୋରଦାର ଲଢେଇ ହେବ ।

 

Leave A Reply

Your email address will not be published.