ବର୍ଷା ନେଇ ଏହି ସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି

0

ଓଡିଆ ନ୍ୟୁଜ (ବ୍ୟୁରୋ) : ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି। ମୌସୁମୀ ନିମ୍ନ ଚାପ-ରେଖା ଆଜି ତା’ର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ରହିବା ସହ ଏହାର ପଶ୍ଚିମ ଭାଗ ହିମାଳୟର ପାଦ ଦେଶରେ ଅବସ୍ଥାନ କରୁଥିବା ବେଳେ, ଏହାର ପୂର୍ବ ଭାଗ ଉତ୍ତରପ୍ରଦେଶର ବାହରିଚ, ଗୋରଖପୁର, ସୁପାଉଲ, କୁଚବିହାରରୁ ପୂର୍ବ ଦିଗରେ ମଣିପୁର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ ଆଗାମୀ ୩ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୯ ଅଗଷ୍ଟ, ବୁଧବାର ଅପରାହ୍ନ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ନୟାଗଡ଼, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୧୧ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ଆକାଶ ଆଂଶିକ ମେଘାଛନ୍ନ ରହିବା ସହ ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।

Leave A Reply

Your email address will not be published.