ଓଡିଆ ନ୍ୟୁଜ (ବ୍ୟୁରୋ) : ରାଜ୍ୟରେ ଜାରି ରହିଛି ଲଘୁଚାପ ବର୍ଷା । ପଶ୍ଚିମ କେନ୍ଦ୍ର ଏବଂ ତତସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆସନ୍ତା ୨୪ ଘଂଟା ମଧ୍ୟରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଏହା ଧିରେ ଧିରେ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଦେଇ ଗତି କରିବ। ତେବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆସନ୍ତା ୨୪ ଘଂଟା ପାଇଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ସତର୍କତା ଜାରି ହୋଇଛି। ୪ ଜିଲ୍ଲାକୁ ଅରେଞ୍ଜ ଓ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଗଜପତି, ଗଂଜାମ, ମାଲକାନଗିରି, କୋରାପୁଟକୁ ଅତିପ୍ରବଳ ବର୍ଷା ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ପରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, ମୟୂରଭଂଜ ଓ କଳାହାଣ୍ଡିକୁ ପ୍ରବଳ ବର୍ଷା ଆଲର୍ଟ ଜାରି ହୋଇଛି। ସେପଟେ ମୁଣ୍ଡଳୀରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ବର୍ତ୍ତମାନ ମୁଣ୍ଡଳୀ ବ୍ୟାରେଜ ଦେଇ ମହାନଦୀ ତଳମୁଣ୍ଡକୁ ସେକେଣ୍ଡ ପ୍ରତି ୯୦ ହଜାର କ୍ୟୁସେକ ପାଣି ନିଷ୍କାସିତ ହେଉଛି।
ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବର୍ଷା । ବର୍ଷାର ତାଣ୍ଡବରେ ଜନଜୀବନ ପ୍ରଭାବିତ । ମାଲକାନାଗିରିରେ ବର୍ଷା ଯୋଗୁଁ ବନ୍ୟା ପାଣିରେ ଭାସି ଜଣଙ୍କର ମୃତ୍ୟୁ । ରାସବେଡ଼ା ପଞ୍ଚାୟତ ମୁଦୁଲିଗୁଡ଼ା ଗାଁର ଘେନୁ ଚାଲାଣଙ୍କ ମୃତ୍ୟୁ ହୋଇଛି । ଗତକାଲି ଜମିକୁ ଯାଇ ଆଉ ଫେରିନଥିଲେ ।
ଆଜି ମୁଦୁଲିଗୁଡ଼ା-ମାଛାଗୁଡ଼ା ନାଳରୁ ମୃତଦେହ ଉଦ୍ଧାର ହୋଇଛି । କନ୍ୟାଶ୍ରମ, ଫାର୍ମ ହାଉସ, କଙ୍ଗୋରୁକୋଣ୍ଡା, ଏମଭି ୯୦ ପୋଲ ଉପରେ ପାଣି ପ୍ରବାହିତ ହେଉଛି । ସେପଟେ, ଲଗାଣ ବର୍ଷାରେ କାଲିମେଳାରେ ପୁଣି ବୁଡ଼ିଲା କାଙ୍ଗୁରୁକୋଣ୍ଡା ପୋଲ । ୨ଫୁଟର ବନ୍ୟାଜଳ ପୋଲ ଉପରେ ପ୍ରବାହିତ ହେଉଛି । ୩୨୬ ଜାତୀୟ ରାଜପଥରେ ଯାନବାହାନ ଚଳାଚଳ ବନ୍ଦ ରହିଛି । ପୋଲ ଉପରେ ପାଣି ପ୍ରବାହିତ ହେଉଥିବାରୁ ଆନ୍ଧ୍ର, ତେଲେଙ୍ଗାନା ଓ ଛତିଶଗଡକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।
ଉଭୟ ପଟେ ଅଟକି ରହିଛି ଅନେକ ଯାନବାହାନ । ବର୍ଷା ପାଇଁ ସପ୍ତାହ ଭିତରେ ୨ ଥର ବୁଡ଼ିଲାଣି ଏହି ପୋଲ । ପଶ୍ଚିମ କେନ୍ଦ୍ର ଏବଂ ତତସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆସନ୍ତା ୨୪ ଘଂଟା ମଧ୍ୟରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଏହା ଧିରେ ଧିରେ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଦେଇ ଗତି କରିବ।
Next Post