ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ପୁରୀ କୁମ୍ଭାରପଡ଼ା ଥାନା ଅନ୍ତର୍ଗତ ଜଟିଆ ବାବାଜୀ ଛକରେ ଯୁବକଙ୍କୁ ଆତି ନିର୍ମମ ଭାବେ ହତ୍ୟା କରିଛନ୍ତି ଦୁର୍ବୁତ୍ତ। ମୃତ ଯୁବକ ହେଉଛନ୍ତି ନରେନ୍ଦ୍ରକୋଣ ଗୋପବନ୍ଧୁ କଲୋନୀର ନଡୁ ନାୟକ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଥିବା ସିଟି ଡିଏସପି କହିଛନ୍ତି।
ସୂଚନା ଅନୁଯାୟୀ, ଆଜି ସନ୍ଧ୍ୟାରେ ନଡୁ ଜଟିଆ ବାବାଜୀ ଛକରେ ବସିଥିବା ସମୟରେ ଦୁର୍ବୁତ୍ତମାନେ ତାଙ୍କୁ ଚିମୁଟା ଓ ଲୁହା ରଡ୍ରେ ମରଣାନ୍ତକ ଆକ୍ରମଣ କରି ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ନଡୁଙ୍କୁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଘଟଣାସ୍ଥଳରେ କୁମ୍ଭାରପଡ଼ା ଥାନା ପୋଲିସ ଓ ସିଟି ଡିଏସପି ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ତଦନ୍ତ ପରେ ହତ୍ୟାକାଣ୍ଡର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି କହିଛନ୍ତି ସିଟି ଡିଏସପି।