ଓଡ଼ିଆ ନ୍ୟୁଜ୍: ଜିରୋ ନାଇଟ୍ ସେଲିବ୍ରେସନ୍: କମିସନରେଟ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା।ପୋଲିସ କମିସନର ସୁରେଶ ଦେବଦତ୍ତ ସିଂଙ୍କ ସୂଚନା। ସୁରକ୍ଷାରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ରହିବେ।ନିଜ ଥାନା ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରିବେ ସମସ୍ତ ଥାନା ଅଧିକାରୀ। ଅଗ୍ନିଶମ ବାହିନୀ ପକ୍ଷରୁ ମଧ୍ୟ ସରିଛି ଯାଞ୍ଚ ପ୍ରକ୍ରିୟା।ସୁରକ୍ଷିତ ସହ ଲୋକେ କିଭଳି ସେଲିବ୍ରେସନ କରିବେ ସେଥିପ୍ରତି ଗୁରୁତ୍ୱ। ମଦ୍ୟପ ଗାଡ଼ି ଚାଳକଙ୍କ ଉପରେ ନଜର ରହିବ: ପୋଲିସ କମିଶନର। ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ବାର୍, ରେଷ୍ଟୁରାଣ୍ଟ ମାଲିକଙ୍କୁ ନିର୍ଦ୍ଦେଶ।ମହିଳାଙ୍କ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦେଇଛି କମିସନରେଟ୍ ପୋଲିସ।ନିର୍ଦ୍ଧାରିତ ସମୟ ସୀମା ଭିତରେ କାର୍ଯ୍ୟକ୍ରମ ସାରିବାକୁ ନିର୍ଦ୍ଦେଶ।
ଟ୍ରାଫିକ, ସିକ୍ୟୁରିଟି ,ଷ୍ଟାଣ୍ଡ ବାୟ ଟିମ୍ ବ୍ୟବସ୍ଥା ହୋଇଛି । ସବୁ ଥାନା ମାନଙ୍କୁ ସେମାନଙ୍କ ଅଞ୍ଚଳରେ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଜିରୋ ନାଇଟ୍ ଦିନ ରେଷ୍ଟୁରାଣ୍ଟ ମାଲିକ ମାନଙ୍କୁ ନିଜେ ଉପସ୍ଥିତ ରହି ନଜର ରଖିବାକୁ କୁହାଯାଇଛି। ରାତି ୧୨ଟା ପର୍ଯ୍ୟନ୍ତ ସେଲିବ୍ରେସନ ଚାଲିବ । ବାର୍ ଓ ରେଷ୍ଟୁରାଣ୍ଟ ଗୁଡ଼ିକୁ ନିୟମ ପାଳନ କରିବାକୁ କୁହାଯାଇଛି ।